ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ
ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ ଏନ. ଭି. ହରିହର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି ।
ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ମୁଖ୍ୟଯନ୍ତ୍ରୀଙ୍କର ବ୍ରହ୍ମପୁର ଭାବିନିପୁରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ସ୍ଥିତ ପାତ୍ରପଡାରେ ଥିବା ବିଲଡିଂ, ବ୍ରହ୍ମପୁର କମାପଲ୍ଲୀରେ ଏକ ଥ୍ରୀ ବିଏଚକେ ଫ୍ଲାଟ, ଫୁଲବାଣୀ ଓଲେନବାଚରେ ଥିବା ତାଙ୍କ ପୈତୃକ ଘର, ବାଲେଶ୍ୱର ଥିବା ସରକାରୀ ବାସଭବନ ଓ ଅଫିସ, କେନ୍ଦୁଝରରେ ଥିବା ଅଫିସ ଚାମ୍ବର, ବ୍ରହ୍ମପୁର ତୁଳସୀନଗର ଓ ଶାନ୍ତି ନଗରରେ ଥିବା ସଂପର୍କୀୟଙ୍କ ଘର ଓ କେନ୍ଦୁଝର ବଳଦେବଜିଉ କଲୋନୀରେ ଥିବା ତାଙ୍କର ଜଣେ ସହଯୋଗୀଙ୍କ ଘରେ ଏକ କାଳୀନ ଚଢଉ କରାଯାଇଛି । ଏହି ଚଢଉରେ ୧୧ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଓ ୧୧ ଜଣ ଏଏସଆଇ ସାମିଲ୍ ହୋଇଛନ୍ତି ।