ମୁନିଲାଲ ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଉତ୍ସବ

 ବୈଶିଙ୍ଗା: ବୈଶିଙ୍ଗା ସ୍ଥିତ ମୁନିଲାଲ ନୂତନ ସରକାରୀ ଉଚ୍ଚବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବେନ୍ଦ୍ର କୁମାର ମୁର୍ମୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବେତନଟୀ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଗନ ବିହାରୀ ବେହେରା ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହି ଉତ୍ସବକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଏହି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ପରିଡା, ଶଶଧର ବାରିକ, ବୈଶିଙ୍ଗା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସବିତ୍ରୀ ମୁର୍ମୁ ଯୋଗ ଦେଇ କ୍ରୀଡାର ଆଭିମୁଖ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ । ମୁଖ୍ୟବକ୍ତା ଭାବେ ମହାତ୍ମାଗାନ୍ଧି ମହାବିଦ୍ୟାଳୟର ଅଧ୍ୟକ୍ଷା ମମତା ସାହୁ ଯୋଗ ଦେଇ ଶିକ୍ଷା ସହିତ କ୍ରୀଡ଼ା ଅଙ୍ଗାଙ୍ଗୀ ଭାବେ ଜଡିତ ବୋଲି ମତବ୍ୟକ୍ତ କରିଥିଲେ । ବିଭିନ୍ନ ପ୍ରକାର କ୍ରୀଡାରେ ଭାଗନେଇ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟଅତିଥି ପୁରସ୍କାର ପ୍ରଦାନ କରିଥିଲେ । ଅପରାହ୍ନରେ ଦ୍ୱିତୀୟ ଅଧିବେଶନ ପ୍ରଧାନ ଶିକ୍ଷକ ଦେବେନ୍ଦ୍ର କୁମାର ମୁର୍ମୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।