ମେଡ଼ିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ 

ମେଡ଼ିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ 

ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିଛି । ଯାହାଫଳରେ ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳ ସମୟରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହେବାରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । ସୋନିଆ ଗାନ୍ଧୀ ଗତ କିଛି ବର୍ଷ ଧରି ସ୍ୱାସ୍ଥ୍ୟ ସମସ୍ୟା ସହିତ ସଂଘର୍ଷ କରୁଛନ୍ତି । ସେ ନିୟମିତ ଯାଞ୍ଚ ଏବଂ ଚିକିତ୍ସା ପାଇଁ ହସ୍ପିଟାଲକୁ ଆସୁଛନ୍ତି । ବର୍ତ୍ତମାନ ହସ୍ପିଟାଲର ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି ।