ଯୁଗ୍ମ ଅଭିଯୋଗ ଶୁଣାଣି

 ନୂଆପଡା : ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ନୂଆପଡା  ଜିଲ୍ଲାପାଳ ମଧୁସୂଦନ ଦାଶ ଓ  ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମର୍ଷିରାଣୀ ପୂର୍ତ୍ତିଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ବିଭିନ୍ନ ଅଭିଯୋଗର ଶୁଣାଣି କରି ଅଭିଯୋଗ ଉପରେ ଅତିଶୀଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସଡିପିଙ୍କ ସହିତ ବନଖଣ୍ଡ ଅଧିକାରୀ ଖଡ଼ିଆଳ ଅଜିଜ ଖାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକସôାଧିକାରୀ ଡଃ ଗୁରୁପ୍ରସାଦ ଜେନା, ବ୍ଲକ୍ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ଶିବିର ପରିଚାଳନାରେ ଡେପୁଟି କଲେକ୍ଟର ଶେଖ୍ ନସିମ, ବିଡ଼ିଓ ନରସିଂହ ଗଦବା, ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇଓ ଖଡ଼ିଆଳ ଏନସି ସ୍ୱାଧୀନ ମହାରଣା, ସିଡିପିଓ ମିନା କୁମାରୀ ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିଲେ