ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

 ବାରଙ୍ଗ : ବାରଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି  । ଜିଲ୍ଲାପାଳ  ଦତ୍ତାତ୍ରେୟ ଭାଉସାହେବ ଶିନେ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ସମୁଦାୟ ୧୦୩ଗୋଟି ଅଭିଯୋଗ ଦାଖଲ ହୋଇଥିଲା  । ଏଥିରୁ ୯୩ଗୋଟି ବ୍ୟକ୍ତିଗତ ଏବଂ ୧୦ଗୋଟି ସାମୁହିକ ଅଭିଯୋଗ ଥିଲା  । ୧୮ଗୋଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା  । ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀଙ୍କୁ ନିଦେ୍ର୍ଦଶ ଦିଆଯାଇଛି  । ଏଥିରେ ବିଡିଓ ସ୍ୱାଗତ ଦାସଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ  ।