ଯୁଗ୍ମ ଜନ ଅଭିଯୋଗ ଶୁଣାଣି 

 ତିର୍ତ୍ତୋଲ:  ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ଅଧିକାରୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ମୋଟ ୫୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୭ଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧୪ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୨ଟି, ଭତ୍ତା ପାଇବା ପାଇଁ ୪ଟି, ପୋଲିସ ସହାୟତା ପାଇଁ ୨ଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୧ ଏବଂ ଅନ୍ୟାନ୍ୟ ୧୩ ଅଭିଯୋଗର ଶୁଣାଣି କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ ରାଉତ, ଜିଲ୍ଲାପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଉପଜିଲ୍ଲାପାଳ ପ୍ରଶାନ୍ତ ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତିର୍ତ୍ତୋଲ, ତହସିଲଦାର, ତିର୍ତ୍ତୋଲ, ଏସ୍ଡିପିଓ, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।