ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ଯାଜପୁର ଟାଉନ: ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ଏହି ଅଭିଯୋଗ ଗୁଡିକ ଯାଂଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଥିଲେ । ମୋଟ ୨୧୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ୯୨ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୦୫ ଗୋଟି ଓ ରେଡ୍କ୍ରସ୍ ପାଣ୍ଠିରୁ ୧ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୩୮ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ କୈଳାଶ ଚନ୍ଦ୍ର ସେଠୀ, ଜÿିଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରଞ୍ଜନ ପଣ୍ଡା, ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।