ଯୁଗ୍ମ ଜନ ଅଭିଯୋଗ ଶୁଣାଣି

 ଯାଜପୁର : ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲାପାଳ ପି.ଅନ୍ୱେଷାରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ ।  ମୋଟ ୩୪୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୫୯ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୨ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୭୩ଗୋଟି, ରେଡ଼କ୍ରସ ପାଣ୍ଠିରୁ ୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୯୪ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ  ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲାପାଳ, ପ୍ରଶାସନ ଯୁଧିଷ୍ଠିର ନାୟକ, ଉପ ଜିଲାପାଳ ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ହେମନ୍ତ କୁମାର ମହନ୍ତ, ତହସିଲଦାର ରବି ନାରାୟଣ ପାଢ଼ୀ, ଜିଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।