ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ଦଶରଥପୁର : ଦଶରଥପୁର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ମୋଟ ୭୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ/ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୨୨ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୨୩ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ତାପସ ରଂଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଦଶରଥପୁର ଆକାଶ ପଟ୍ଟନାୟକ, ତହସିଲଦାର, ଦଶରଥପୁର ଶୁଭ୍ରାଂଶୁ ସାହୁ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।