ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବଡ଼ଚଣା: ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ । ମୋଟ ୧୫୧ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ୪୯ ଗୋଟି, ଗୋଷ୍ଠୀଗତ ୩ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୯୯ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୦୪ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲାପାଳ ନବକ୍ରିଷ୍ଣ ଜେନା, ଜିଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଶିବାଶିଷ ମହାରଣା, ଉପ ଜିଲ୍ଲାପାଳ ଅଂଶୁମାନ ଶତପଥି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ, ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।