ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର 

 ଏରସମା:   ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଜେ. ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୪୨ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨୧ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୫ଟି, ଆବାସ ଯୋଜନା ସମର୍କୀୟ ୧୧ ଟି , ଜମିଜମା ସମସ୍ୟା ସମ୍ପର୍କୀୟ ୨୮ଟି, ଭତ୍ତା ପାଇବା ପାଇଁ ୭ ଟି, ପୋଲିସ ସହାୟତା ପାଇବା ପାଇଁ ୩ଟି, ଏବଂ ଅନ୍ୟାନ୍ୟ ୫୬ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୦୧ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ରବିନାରାୟଣ ଜେଠୀ, ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ, ଜଗତସିଂହପୁର, ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା, ଦାଶରଥି ଜେନା, ତହସିଲଦାର, ଏରସମା, ସ୍ନିଗ୍ଧା ସନ୍ଧ୍ୟାଞ୍ଜଳି ବେହେରା, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।