ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବଡ଼ଚଣା:  ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ ।  ଶିବିରରେ ମୋଟ ୧୩୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୫ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୭୨ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬୭ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲକ୍ଷ୍ମୀଧର ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବଡ଼ଚଣା, ତହସିଲଦାର, ଦର୍ପଣ, ମାନସ କୁମାର ତ୍ରିପାଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।