ଯୁଗ୍ମ ଜନ ଅଭିଯୋଗ ଶୁଣାଣି ୧୭୩ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ
ାା ପ୍ରଭାନୁ୍ୟଜ୍ ।ା ବାରିପଦା/ସାରସକଣା: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜÿିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ, ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଏସ ସୁଶ୍ରୀ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଓ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଏହି ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ବାରିପଦା ଉପଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ରଜନୀକାନ୍ତ ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା । ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିସôା ଅଧିକ୍ଷକ ଅଭୟ କୁମାର ଦାଶ ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୧୭୩ ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମଧ୍ୟରେ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ, ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଆଦି ସର୍ବାଧିକ ଥିଲା । ଉକ୍ତ ଅଭିଯୋଗ ମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ ୨୫ଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା । ସେଥିମଧ୍ୟରୁ ୬ଟି ଅଭିଯୋଗର ତକôାଳ ସମାଧାନ କରାଯାଇଥିଲା । ୬ଜଣଙ୍କୁ ଚିକିସôା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ।