ଯୁଗ୍ମ ଜନ ଶୁଣାଣି ଶିବିର
ନବରଙ୍ଗପୁର: କୋଷାଗୁମୁଡ଼ା ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାୟକ, ପ୍ରକଳ୍ପ ପ୍ରଶାସକ, ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ରାଜୀବ ଲୋଚନ ସାହୁ, ବିଡିଓ ଆଶିଷ କୁମାର ତ୍ରିପାଠୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନଶୁଣାଣି ଶିବିରରେ ମୋଟ୨୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୮ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା । ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ୨୦ ଟି ହ୍ୱିଲ ଚେୟାର ଓ ୬ ଟି ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା ।