ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର

ବ୍ୟାସନଗର : ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି କେଏନ୍ଡିଏ ସମ୍ମିଳନୀ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଉପସ୍ଥିତ ରହି ଅତିରିକ୍ତ ଜିଲାପାଳ ନବକ୍ରିଷ୍ଣ ଜେନା ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ଅଭିଯୋଗ ଗୁଡିକ ଯାଂଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଥିଲେ । ଆଜି ମୋଟ ୬୮ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୪ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୭ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୫୫ଟି ଅଭିଯୋଗର ତକôାଳ ଫଇସଲା କରାଯାଇଥିଲା । ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ,ଯାଜପୁର ରୋଡ,ଉପ ଜିଲାପାଳ ଅଂଶୁମାନ ଶତପଥି,ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଯାଜପୁର, ଡଃ ପ୍ରକାଶ ଚନ୍ଦ୍ର ବଳ, ସମସ୍ତ ଜିଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗର ଶୁଣାଣି କରିଥିଲେ ।