ଯୁଗ୍ମ ଜନଶୁଣାଣି ଶିବିର
ନବରଙ୍ଗପୁର/ଉମରକୋଟ : ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ବିଡିଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା । ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହ୍ୱିଲ୍ ଚେୟାର ଏବଂ ୨ ଜଣଙ୍କୁ ବୈଶାଖୀ ପ୍ରଦାନ କରାଯାଇଥିଲା ।