ଯୁଗ୍ମ ଜନଶୁଣାଣି ଶିବିର
ନବରଙ୍ଗପୁର /ଚନ୍ଦାହାଣ୍ଡି : ନବରଙ୍ଗପୁର ଚନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଚନ୍ଦାହାଣ୍ଡି ବିଡିଓ, ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା । ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ୨୦ ଜଣ ଦିବ୍ୟାଙ୍ଗଙ୍କୁ ହ୍ୱିଲ ଚେୟାର ଏବଂ ୧୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା ପ୍ରଦାନ କରାଯାଇଥିଲା ।