ଯୋଜନାର ସମୀକ୍ଷା କଲେ ମୋହନ: କେନ୍ଦ୍ରାପଡ଼ାରୁ ୨ୟ ବର୍ଷ ବିକାଶର ଶୁଭାରମ୍ଭ

ଯୋଜନାର ସମୀକ୍ଷା କଲେ ମୋହନ: କେନ୍ଦ୍ରାପଡ଼ାରୁ ୨ୟ ବର୍ଷ ବିକାଶର ଶୁଭାରମ୍ଭ


କେନ୍ଦ୍ରାପଡା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି  । ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷର ଆରମ୍ଭ, କେନ୍ଦ୍ରାପଡ଼ାର ବିକାଶମୂଳକ କାର୍ଯ୍ୟରୁ ହିଁ ହେବବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  । 
ସମୀକ୍ଷାରୁ ଜଣାଯାଇଛିଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳସମ୍ପଦ ଓ ଶିଳ୍ପର ବିକାଶ ପାଇଁ  ଖୁବ୍ଶୀଘ୍ର ପଦକ୍ଷେପ ନିଆଯିବ  । କେନ୍ଦ୍ରାପଡ଼ାରେ ଥିବା ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରିବା ସହ ଭିତରକନିକା ଓ ଗହୀରମଥା ଅଞ୍ଚଳରେ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ । ଖୁବ୍ ଶୀଘ୍ର ବିଭିନ୍ନ ନୂତନ ପ୍ରକଳ୍ପଗୁଡ଼ିକ ଏହି ଜିଲ୍ଲାରେ ଉଦ୍ଘାଟନ ହେବା ପାଇଁ ଯାଉଛି  । କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ବିଧାୟକଗଣ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି ବୋଲି ବୈଠକରୁ ଜଣାଯାଇଛି ।
ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ  । ଯେଉଁ କାର୍ଯ୍ୟଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛି ତାହାର କାରଣ ବୁଝି ଏଥିପାଇଁ ପଦକ୍ଷେପ ନେବା ପାଇଁ ପ୍ରଶାସନକୁ ନିଦେ୍ର୍ଦଶ ଦେଇଥିଲେ  ।
ବୈଠକରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ସୁରକ୍ଷା, ପର୍ଯ୍ୟଟନ, ଗ୍ରାମ୍ୟ ଉନ୍ନୟନ, ସଡକ, ପରିବହନ, ସ୍ୱାସ୍ଥ୍ୟ,  ଦ୍ଭ ୭ ପୃଷ୍ଠାରେ...