ରକ୍ତଦାନ ଶିବିର

 ପୁରୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ନବକଳେବର ରୋଡ଼ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଏକ ସ୍ୱେଚ୍ଛକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମିତ୍ରସଂଘ ଓ ହାପିନେସ୍ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଉଦ୍ଘାଟନ କରିଥିଲେ । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କ୍ରିଷ୍ଣା ମହାପାତ୍ର ଓ ବିଦ୍ୟାମନ୍ଦିରର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମମତା ମହାନ୍ତି ଉପସ୍ଥିତ ଥିଲେ । ଏହି ରକ୍ତଦାନ ଶିବିରରେ ୫୧ଜଣ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଏହି ଶିବିରକୁ ରକ୍ତ ଭଣ୍ଡାର ଅଧିକାରୀ ଡ଼ାକ୍ତର ଦୀପକ ସାହୁ, ମଙ୍ଗଳାପ୍ରସାଦ ଦୀକ୍ଷିତ, ଅମିତ ପାଢୀ ପ୍ରମୁଖ ପରିଚାଳନା କରିଥିଲେ ।