ରକ୍ଷା ବନ୍ଧନ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରକ୍ଷା ବନ୍ଧନ ତଥା ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ତେଣେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ସୂଚନା ଅନୁସାରେ, ରାକ୍ଷୀ ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ । ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।