ରଘୁନାଥପୁରରେ ଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ମୋଟ ୫୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୦ ଟି, ଆବାସ ଯୋଜନା ସମ୍ପର୍କୀୟ ୩ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୦ଟି, ପେନସନ ପାଇବା ପାଇଁ ୮ଟି ଏବଂ ଅନ୍ୟାନ୍ୟ ୪ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ବେହେରା, ତହସିଲଦାର ସଞ୍ଜୟ କୁମାର ବେହେରା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।