ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇଙ୍କୁ ଚିଠି

ଭୁବନେଶ୍ବର : ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଏଏସଆଇକୁ ଚିଠି । ଏନେଇ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ରଥଯାତ୍ରା ଥିବାରୁ ଆସନ୍ତା ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ଶୀଘ୍ର ଶେଷ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି । ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି । ସେହିପରି ରଥଯାତ୍ରା ସମୟରେ କରାଯାଉଥିବା ଗର୍ଭଗୃହ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂରକ୍ଷଣ କାର୍ଯ୍ୟର ତଦାରଖ ଏଏସଆଇ ଉପ-ମହାନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀର ଅଧିକାରୀଙ୍କ ଦ୍ୱାରା କରାଯିବାକୁ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ।

                   

 କିଭଳି ଶୃଙ୍ଖଳିତ ଭାବେ ରଥଯାତ୍ରାକୁ ଶେଷ କରାଯିବ ରଥଯାତ୍ରା ପରିଚାଳନା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ବସିଛି । ଏହି  ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଦଇତାପତି, ସମସ୍ତ ବାଡ଼ଗ୍ରାହୀ ଓ ନିଯୋଗର ସଦସ୍ୟ ଉପସ୍ଥିତ ରହିଛନ୍ତି ।