ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ପାଇଁ ବୈଠକ

  ବଲାଙ୍ଗିର : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ପୌରପାଳିକାର ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଉପଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲୋକ କୁମାର ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ଭୂଷଣ ବେହେରାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକ ପ୍ରାରମ୍ଭରେ ଉପଜିଲ୍ଲାପାଳ ଶ୍ରୀ ପଟେଲ  ସମସ୍ତଙ୍କୁ ସ୍ୱାଗତ କରିବା ସହ ଚଳିତ ବର୍ଷର ରଥଯାତ୍ରା ଓ ବାହୁଡାଯାତ୍ରା ଯେପରି ଶାନ୍ତି ଶୃଙ୍ଖଳା ଓ ସୁଚାରୁରୂପେ ସମାପନ ହେବ, ସେଥିନିମନ୍ତେ ମନ୍ଦିର କମିଟି ତଥା ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହଯୋଗ କାମନା କରିଥିଲେ ।  ରଥ ଯାତ୍ରା ନିମନ୍ତେ ମହାପ୍ରଭୁଙ୍କ ପହଣ୍ଡି ନିମନ୍ତେ ସମୟ ନିର୍ଘଣ୍ଟ ସହ ରଥ ଯାଉଥିବା ରାସ୍ତା ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ରଥଯାତ୍ରା ଓ ବାହୁଡା ଯାତ୍ରା ଦିନ ରଥ ଯାଉଥିବା ରାସ୍ତାମାନଙ୍କରେ ବିଜୁଳି ତାର, ଟେଲିଫୋନ ତାର ଓ କେବୁଲ ଯେପରି ବାଧା ନ ହେବ ସେଥିପ୍ରତି ଯନôବାନ ହେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦିଆଯାଇଥିଲା । ସହରର ସମସ୍ତ ରାସ୍ତାଘାଟକୁ ପରିଷ୍କାର ରଖିବା ସହ ରଥ ଯାଉଥିବା ରାସ୍ତାମାନଙ୍କରେ ଖାଲଢିପ ଗୁଡିକୁ ଯଥାଶୀଘ୍ର ମରାମତି କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦିଆଯାଇଥିଲା । ଏତଦ୍ ବ୍ୟତୀତ ଯାତ୍ରା ସମୟରେ ମନ୍ଦିର ଗୁଡିକରେ ପାନୀୟ ଜଳ ଯୋଗାଣ, ଶାନ୍ତି ଶୃଙ୍ଖଳା ଓ ଟ୍ରାଫିକ ବ୍ୟବସ୍ଥା, ରଥ ଯାତ୍ରା ଓ ବାହୁଡା ଯାତ୍ରାର ଧାରା ବିବରଣୀ, ଭଜନ ସନ୍ଧ୍ୟା ଆୟୋଜନ, ଅଗ୍ନିଶମ ସେବା, ଆଶୁ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏବଂ ପରିଚାଳନା ନିମନ୍ତେ ମନ୍ଦିର କମିଟି ଓ ବିଭିନ୍ନ ସରକାରୀ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ଶେଷରେ ବଲାଙ୍ଗିର ଉପଜିଲ୍ଲାପାଳ ଶ୍ରୀ  ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।