ରଥଯାତ୍ରା ଦୁର୍ଘଟଣାରେ ଧର୍ମେନ୍ଦ୍ରଙ୍କ ଶୋକ
ଭୁବନେଶ୍ୱର: ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ କରିବା ସମୟରେ ପ୍ରବଳ ଭିଡ଼ ହୋଇଥୂବା କାରଣରୁ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ହୋଇଥିବା ଖବର ଶୁଣି ମୁଁ ଚିନ୍ତିତ ଓ ମର୍ମାହତ । ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରାଯିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଘୋଷଣା କରିଛନ୍ତି । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନୃପୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ, ଏହା ହିଁ ମୋର ପ୍ରାର୍ଥନା ।