ରାଜ୍ୟ କାର୍ଯ୍ୟାଳୟରେ ଦେବେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି

 ଭୁବନେଶ୍ୱର : ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି । ତାଙ୍କ ବିୟୋଗରେ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି । ରାଜ୍ୟ ବିଜେପିର ପ୍ରତିଷ୍ଠାତା ସଦସ୍ୟଭାବେ ପାର୍ଟିକୁ ତୃଣମୂଳସ୍ତରରେ ମଜ୍ଭୁତ କରିବା ସହ ସଙ୍ଗଠନକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇରହିବ । ତାଙ୍କ ତ୍ୟାଗ ଓ ଉସôଗୀକୃତ ମନୋଭାବ କାର୍ଯ୍ୟକର୍ତାଙ୍କ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସ୍ୱର୍ଗତଃ ଡକ୍ଟର ପ୍ରଧାନଙ୍କ ପାର୍ଥôବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶୋଭାଯାତ୍ରାରେ ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା । ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମନ୍ତ୍ରୀ ସୁରେଶ ପୁଜାରୀ, ପୁର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଦଳୀୟ ପତାକା ପ୍ରଦାନ କରି ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।  
ସ୍ୱର୍ଗତଃ ପ୍ରଧାନଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।