ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆଜି ରାଜ୍ୟ ପିଜେପି କାର୍ଯ୍ୟାଳୟରେ ରାଜ୍ୟ ବିଜେପିର ଚାରି ସାଧାରଣ ସମ୍ପାଦକଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଏବଂ ରାଜ୍ୟ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ଉପସ୍ଥିତ ଅଛନ୍ତି।

    ବିଜୟ କହିଛନ୍ତି ଯେ, ସଂଗଠନର ଆଗାମୀ କାର୍ଯ୍ୟକ୍ରମ ଏବଂ ନୂଆ ରଣନୀତି ନେଇ ପ୍ରସ୍ତୁତ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ । ଏହାସହ ସବୁ ଦିଗକୁ ନେଇ ବୈଠକରେ ଆଲୋଚନା ହେବ । ସେହିପରି ସହ ପ୍ରଭାରୀ ଲତା ଉସେଣ୍ଡି କହିଛନ୍ତି ଯେ, ଆଗାମୀ ବର୍ଷରେ ବୁଥ, ମଣ୍ଡଳରୁ ନେଇ ଜିଲ୍ଲା ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ । ଆଗାମୀ ଦିନରେ ଗ୍ରାଉଣ୍ଡ ଯିବ ବିଜେପି ଏବଂ ଅଧିକରୁ ଅଧିକ ଲୋକଙ୍କୁ ଦଳ ସହିତ ଯୋଡିବାକୁ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ଦେଇଛନ୍ତି ।