ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ 

 ଭୁବନେଶ୍ୱର : ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା ହୋଇଥିଲା । ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥାକୁ ସୁଦୃଢ କରିବା, ଭୂ ଏବଂ ରାଜସ୍ୱ ପ୍ରଶାସନକୁ ସୁବ୍ୟବସ୍ଥିତ କରିବା ଏବଂ ସାଧାରଣ ସେବା ପ୍ରଦାନରେ ଉନ୍ନତି ଆଣିବା ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ପୂଜାରୀ ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବା, ସେବା ପ୍ରଦାନରେ ଉନ୍ନତି ଆଣିବା ଏବଂ ସମଗ୍ର ଓଡ଼ିଶାରେ ସମାବେଶୀ ଅଭିବୃଦ୍ଧିକୁ ପ୍ରୋସôାହିତ କରିବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ । ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରୟାସକୁ ପ୍ରଶଂସା କରିଥିଲେ ଏବଂ ନାଗରିକମାନଙ୍କ ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଆଗୁଆ ଯୋଜନା ଓ ବିଭିନ୍ନ ଏଜେନ୍ସି ମଧ୍ୟରେ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ ।