ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ତାଲଚେର
ଭୁବନେଶ୍ୱର : ଦିନକୁ ଦିନ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ ମାତ୍ରା । ଏ ମଧ୍ୟରେ ତାଳଚେର ଓ ଅନୁଗୁଳ ରାଜ୍ୟର ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ଏକ୍ୟୁଆଇ ମାତ୍ରା ୩୦୦ରୁ ଅଧିକ ରେକଡର଼୍ କରାଯାଇଥିଲା । ଅତି ଖରାପ ସ୍ତରରେ ଥିବା ଦେଶର ୫ସହର ମଧ୍ୟରେ ଓଡିଶାର ୪ଟି ସହର ରହିଛି । ଆଜି ୩୫୫ଏକ୍ୟୁଆଇ ସହ ତାଳଚେର ଦେଶର ସବୁଠୁ ଅଧିକ ପ୍ରଦୂଷିତ ସହର ହୋଇଥିବା ବେଳେ ୩୨୮ ଏକ୍ୟୁଆଇ ସହ ଅନୁଗୁଳ ଦ୍ୱିତୀୟ, ୩୨୨ ଏକ୍ୟୁଆଇ ସହ ବାରିପଦା ତୃତୀୟ ପ୍ରଦୂଷିତ ସହର ପାଲଟିଛି । ଆଜି ରାଜଧାନୀ ଭୁବନେଶ୍ୱରରେ ଏକ୍ୟୁଆଇର ମାତ୍ରା ୩୦୩ ରହିଥିଲା ।
Samir Kumar Rout