ରାଜ୍ୟସ୍ତରୀୟ ସହିଦ ଦିବସ ପାଳିତ: ବିଧାନସଭା ପରିସରରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଅହିଂସାର ପ୍ରତୀକ ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସକୁ ଦେଶରେ ସହିଦ ଦିବସ ଭାବେ ପାଳନ କରାଯାଉଛି । ଏ ଅବସରରେ ଆଜି ବିଧାନସଭା ପରିସରରେ ପ୍ରଶାସନିକସ୍ତରରେ ରାଜ୍ୟସ୍ତରୀୟ ସହିଦ ଦିବସ ପାଳିତ ହୋଇଛି । ଆଜି ପୂର୍ବାହ୍ନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବାଚସ୍ପତି ସୁରମା ପାଢ଼ୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ସୌଭିକ ବିଶ୍ୱାଳ, ପୂର୍ଣ୍ଣଚନ୍ଦ୍ର ସେଠୀ, ଲକ୍ଷ୍ମଣ ବାଗ ପ୍ରମୁଖ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଓଡ଼ିଶା ପୁଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯିବା ସହ ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଗଣ ଗାନ୍ଧୀଜୀଙ୍କ ପ୍ରିୟ ଆଶ୍ରମ ଭଜନ ‘ବୈଷ୍ଣବ ଜନ ତୋ...’ ପରିବେଷଣ କରିଥିଲେ । ପୁଲିସ ବାହିନୀ ଦ୍ୱାରା ବୀର ସହିଦମାନଙ୍କୁ ସମ୍ମାନ ପ୍ରଦର୍ଶନ ଉଦେ୍ଦଶ୍ୟରେ ତୋପଧ୍ୱନି, ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯିବା ପରେ ଦ୍ୱିତୀୟବାର ତୋପ ଧ୍ୱନି କରାଯାଇଥିଲା । ଏ ଅବସରରେ  ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ନିଦେ୍ର୍ଦଶକ ସରୋଜ କୁମାର ସାମଲ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସ ଓ ଅନ୍ୟ ଅଧିକାରୀ ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।