ରୋଗୀ ଦେଖୁ ଦେଖୁ ଚାଲିଗଲା ଡାକ୍ତରଙ୍କ ଜୀବନ

 doctor dies Photograph: (sambad.in) ନୀଳଗିରି : ଏମିତି ବି ଆସେ ମୃତ୍ୟୁ । ଓପିଡିରେ ରୋଗୀ ଦେଖୁଥିବା ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି । ନୀଳଗିରି ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତ୍ରିନାଥ ପାଲ ସକାଳେ ଓପିଡରେ ରୋଗୀ ଦେଖୁଥିବା ବେଳେ ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ୱାସ ରୁମକୁ ଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଆମ୍ବୁଲାନ୍ସରେ ବାଲେଶ୍ୱର ଡାକ୍ତରଖାନା ନିଆଯାଇଥିଲା । ହେଲେ ହୃଦଘାତ ଯୋଗୁ ବାଟରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ଏପରି ଘଟଣା ନେଇ ନୀଳଗିରି ଡାକ୍ତରଖାନାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।