ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ
ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ସୋମବାର ବିଳମ୍ବିତ ରାତିରେ ପୀଡ଼ିତା ଛାତ୍ରୀ ଆଖି ବୁଜି ଦେଇଥିବା ଘୋଷଣା କରାଯିବା ପରଠୁ ଏହି ପ୍ରସଙ୍ଗରେ ରାଜନୀତି ଜୋର ଧରିଛି। ସରକାରୀ ଉଦାସୀନତାର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବାଲେଶ୍ୱର ବନ୍ଦ ସହ ଲୋକସେବା ଭବନ ଘେରାଉ କରାଯାଇଛି। ଏହି ସମୟରେ ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି । ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଆନ୍ଦୋଳନ କାରୀଙ୍କୁ ଉଠାଇନେଇଛି ପୋଲିସ । ବର୍ତ୍ତମାନ ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।