ଶହୀଦ ଲକ୍ଷ୍ମଣ ନାଏକଙ୍କ ଶ୍ରାଦ୍ଧ ଦିବସ
ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡିଆଠାରେ ଏବଂ କଳିଙ୍ଗ ହସ୍ପିଟାଲ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିଦେ୍ର୍ଦଶକ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସ, ଉପ ନିଦେ୍ର୍ଦଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶହୀଦଙ୍କ ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଶବରୀ ସାଂସ୍କୃତିକ ସଂସଦର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।
ସେହିପରି ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶବରୀ ସାଂସ୍କୃତିକ ପରିଷଦ ଭୁବନେଶ୍ୱରର ମିଳିତ ସହଯୋଗରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମଧ୍ୟ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଲେ ଯେ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିଟି ରକ୍ତ ବିନ୍ଦୁରେ ଦେଶପ୍ରେମ ଓ ବୀରତ୍ୱର କାହାଣୀ ଲେଖା ଅଛି । ଲକ୍ଷ୍ମଣ ନାଏକଙ୍କ ଅପୂର୍ବ ଦେଶପ୍ରେମ ବିଷୟରେ ଆଲୋକପାତ କରି ତାଙ୍କୁ ଆଦିବାସୀମାନଙ୍କ ମଉଡ଼ମଣି ବୋଲି ଅଭିହିତ କରିଥିଲେ । ସମ୍ମାନନୀୟ ଅତିଥି ଭାବେ ନବରଙ୍ଗପୁରର ସାଂସଦ ବଳଭଦ୍ର ମାଝୀ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଶବରୀ ସାଂସ୍କୃତିକ ପରିଷଦର ଉପସଭାପତି ଇଂ ଗୋଦାବରିଶ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଲୋକସମ୍ପର୍କ ଅଧିକାରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।