ଶୀତ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଶୀତର ପ୍ରକୋପ । ଏମଧ୍ୟରେ ଆସନ୍ତା କାଲି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ଝାରସୁଗୁଡା, ସୁନ୍ଦରଗଡ, କଟକ, ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାକୁ ଆସନ୍ତା କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲହରୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୧ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Samir Kumar Rout