ଶ୍ରୀମନ୍ଦିରରେ ପୌଷ ପୂର୍ଣ୍ଣିମା : ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ
ପୁରୀ : ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି । ପୁଷ୍ୟାଭିଷେକ ପରେ ଭକ୍ତମାନଙ୍କୁ ସୁନାବେଶରେ ଦର୍ଶନ ଦେବେ ମାହାପ୍ରଭୁ। ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ । ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ । ବର୍ଷକୁ ମହାପ୍ରଭୁଙ୍କର ୫ ଥର ସୁନାବେଶ ଧାରର କରି ଭକ୍ତମାନଙ୍କୁ ଦର୍ଶନ ଦେଇଥାନ୍ତି । ରତ୍ନ ସିଂହାସହନରେ ୪ ଥର ଏବଂ ରଥ ଉପରେ ଥରେ ସୁନାବେଶ ହୋଇଥାଏ ।
Samir Kumar Rout