ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି

ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି

ଭୁବନେଶ୍ୱର : ଶ୍ରୀମନ୍ଦିରର ସୁରକ୍ଷା ଲାଗି ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି । ଏ ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଆଣ୍ଟିଡ୍ରୋନ ଟେକନୋଲୋଜି ଲାଗିଲେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ ଏବଂ ଏଥିଲାଗି ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ । ଏ ନେଇ ବିଚାର ଚାଲିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

                                                                                                  Puri Srimandir to Halt Darshan for 5 Hours Tomorrow - Pragativadi I Latest  Odisha News in English I Breaking News

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟର ବିଭିନ୍ନ ଜାଗାରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ସରକାର | ରାଜ୍ୟର ବିଭିନ୍ନ ଜାଗାରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ଆଇନ ବିଭାଗ ପ୍ରଦାନ କରିବେ | ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ମିଳିବ | ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ ।