ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ୟ୍ୟାତନା

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ୟ୍ୟାତନା

ଭୁବନେଶ୍ୱର : ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ୟ୍ୟାତନା ଅଭିଯୋଗ । ଏନେଇ କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଛି । ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ କଲେଜ ମୁଖ୍ୟ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛିନ୍ତି । ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ୟ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି । ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍‌ ଅଭିଯୋଗ ହୋଇଛି । ବିଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।