ସତର୍କ କରାଇଲା ପାଣିପାଗ ବିଭାଗ : ୪ ଜିଲାକୁ ରେଡ୍ ୱାର୍ନିଂ
ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ୪ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା । ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।