ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ

ଭୁବନେଶ୍ୱର :   ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ,  ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି ।

 ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ l

 ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି । 

ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।