ସମ୍ବଲପୁରୀ ଗାୟିକା ରୁକସନା ବାନୋଙ୍କ ପରଲୋକ
ଭୁବନେଶ୍ୱର, ୧୯ା୯ : ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡିଥିଲେ । ସମ୍ବଲପୁରୀ ଗାୟିକା ରୁକସନା ବାନୋଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ଏମ୍ସରେ ଚିକିସôାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତୁ୍ୟ ହୋଇଥିବା ଜଣାଯାଇଛି ।
ସୂଚନା ଯୋଗ୍ୟଯେ, ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡିଥିଲେ । ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ କରାଯାଇଥିଲା । ଗତକାଲି ରାତିରେ ଚିକିସôାଧୀନ ଅବସ୍ଥାରେ ତାଙ୍କର ମୃତୁ୍ୟ ହୋଇଛି । ତେବେ ରୁକ୍ ସନାଙ୍କ ମୃତୁ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରିବାର ଲୋକେ । ତାଙ୍କ ମା’ ଓ ବଡ ଭଉଣୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ଅନ୍ୟପକ୍ଷରେ ରୁକ୍ ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତୁ୍ୟ ହୋଇଥିବା ଜଣାଯାଇଛି । ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।