ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଜିଲ୍ଲା ପ୍ରଶାସନିକ ତତ୍ପରତା

 ବାଲେଶ୍ୱର :- ଜିଲ୍ଲାରେ ସମ୍ଭାବିତ ବାତ୍ୟା ଏବଂ ବର୍ଷା ଦୃଷ୍ଟିରେ ରଖି ଆଜି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁଯାୟୀ ବଙ୍ଗୋପ ସାଗରରେ ପ୍ରି-ସାଇକ୍ଲୋନ୍ ବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୩, ୨୪ ଓ ୨୫ ତାରିଖ ଦିନ ବାଲେଶ୍ୱର ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଜିଲ୍ଲାରେ ସମସ୍ତ ପ୍ରକାର ଆପଦକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାପାଇଁ ଜିଲ୍ଲାପାଳ ଏହି ବୈଠକରେ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିଦେ୍ର୍ଦଶ ଦେଇଥିଲେ । ଭୋଗରାଇ, ଜଳେଶ୍ୱର, ବାଲିଆପାଳ ଓ ସୋର ଭଳି ସମ୍ବେଦନଶିଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣରେ ପୂର୍ବ ବ୍ୟବସ୍ଥା କରିଥିବା ବେଳେ ସମ୍ଭାବିତ ବର୍ଷାରେ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିଦେ୍ର୍ଦଶ ଦେଇଛନ୍ତି  । ଆବଶ୍ୟକ ସ୍ଥଳରେ ପ୍ରମୁଖତଃ ଗର୍ଭବତୀ ମହିଳା ଓ ପ୍ରଭାବିତ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆଦେଶ ଦିଆଯାଇଛି  । ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ । ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ । ପ୍ରଭାବିତ ଅଞ୍ଚଳଗୁଡିକରେ ନିରାପଦ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି । ସେହିଭଳି ଜରୁରୀକାଳୀନ ପରିସ୍ଥିତିରେ ଅଙ୍ଗନବାଡ଼ି, ସ୍କୁଲ ଏବଂ କଲେଜ ବନ୍ଦ ରଖିବାକୁ ନିଦେ୍ର୍ଦଶ ଦିଆଯାଇପାରେ ବୋଲି ସମୀକ୍ଷା ବୈଠକରେ ଆଲୋଚନା କରାଯାଇଥିଲା  । ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ । ସମସ୍ତ ବିଡ଼ିଓ, ତହସିଲଦାର, ରାଜସ୍ୱ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି । ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ବାଲେଶ୍ୱର ଉପଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ନୀଳଗିରି ଉପଜିଲ୍ଲାପାଳ ଶୁଭଶ୍ରୀ ରଥ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସାଇକୃଷ୍ଣ ଜେନା, ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ, ମୁ୍ୟନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳର ପରିଷଦର ନିର୍ବାହୀ ଅଧିକାରୀ, ତହସିଲଦାର ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ । 
ଆସିକା: ଆସିକା ପଂଚାୟତ ସମିତି ସଭା ଗୃହରେ ସାମ୍ଭାବ୍ୟ ବାତ୍ୟା (ଦାନା ) ର ମୁକାବିଲା ପାଇଁ  ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସିକା ବିଡ଼ିଓ ଫକୀର ଚରଣ ପରିଡାଙ୍କ ଅଧକ୍ଷତା ରେ ତହସିଲଦାର ପ୍ରିୟଙ୍କା ପ୍ରିୟଦର୍ଶନୀ, ବାଲିସିରା ମେଡିକାଲ ଚିକିସôାଅଧିକାରୀ ମଧୁସୂଦନ ବାରିକ ପ୍ରମୁଖ ଉପସ୍ଥିତ ରହିଥିଲେ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ  ହୋଇଥିବା ପୂର୍ବାନୁମାନ ଅନୁସାରେ ଗଞ୍ଜାମ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା କରାଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କ ନିଦେ୍ର୍ଦଶ କ୍ରମେ ପ୍ରତି ପଂଚାୟତ ରେ ସମସ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରି ଗର୍ଭବତୀ, ପ୍ରସୂତୀ, ଶିଶୁ,ବୃଦ୍ଧ, ବୃଦ୍ଧା,ପଶୁ,ଏବଂ ବସ୍ତି ଅଂଚଳ ରେ ଅର୍ଥାତ ପାଣି ଘେରରେ ରହୁଥିବା ଘର ମାନଙ୍କୁ ଚିହ୍ନଟ କରିବାକୁ ପରାମର୍ଶ ଦିଆଯାଇଛି । ଏଥି ସହିତ ସମସ୍ତ ସରକାରୀ କର୍ମଚାରୀ ମାନେ କେହି ଛୁଟି ରେ ନରହି ହେଡ଼ କ୍ୱାଟର ନଛାଡିବାକୁ ର୍ନିେଶ ଦିଆ ଯାଇଛି ।