ସରକାର ପାଳିବେ ସମ୍ବିଧାନ ହତ୍ୟା ଦିବସ : ସ୍ୱତନ୍ତ୍ରତା ସେନାନୀ ହେବେ ସମ୍ମାନିତ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୫ରେ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।୧୯୭୫ ଜୁନ୍ ୨୫ରେ ଲାଗୁ କରାଯାଇଥିବା ଜରୁରୀକାଳୀନ ପରିସ୍ଥିତିର ୫୦ତମ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏଥିପାଇଁ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି ।
ଭୁବନେଶ୍ୱର ରେଳ ଅଡିଟୋରିଅମ୍ ଠାରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହେବ । ଓଡିଶାର ସମସ୍ତ ଜିଲ୍ଲାରୁ ଜନସାଧାରଣ ଏଠାରେ ଉପସ୍ଥିତ ରହିବେ । ଜରୁରୀକାଳୀନ ପରିସ୍ଥିତିର ସ୍ୱତନ୍ତ୍ରତା ସେନାନୀମାନଙ୍କୁ ମଧ୍ୟ ନିମନ୍ତ୍ରିତ କରାଯାଇ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ।
ଏହି ଉସôବର ବ୍ୟାପକ ପ୍ରଚାର ପ୍ରସାର ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ଦାୟିତ୍ୱ ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକ୍ତୃତା, କୁଇଜ୍, ପ୍ରବନ୍ଧ ଓ କଳା ପ୍ରତିଯୋଗିତା ଇତ୍ୟାଦି କରାଯିବ । ସେହିପରି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରରେ କର୍ମଶାଳା, ବକ୍ତୃତା ଓ ସେମିନାର ଆୟୋଜନ କରାଯିବ । ଏହି ଉପଲକ୍ଷେ କ୍ରୀଡା ବିଭାଗ ପକ୍ଷରୁ ଶୋଭାଯାତ୍ରାର ଆୟୋଜନ କରାଯିବ । ସ୍ୱତନ୍ତ୍ରତା ସେନାନୀ ମାନଙ୍କୁ ସମ୍ମାନିତ କରିବା ଉପଲକ୍ଷେ ଆୟୋଜନ ହେଉଥିବା ଏଭଳି ଏକ ମହତ୍ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଏସିଏସ ସତ୍ୟବ୍ରତ ସାହୁ, ହସ୍ତତନ୍ତ ବିଭାଗର କମିଶନର-ତଥା-ଶାସନ ସଚିବ ଗୁହା ପୁନମ ତାପସ କୁମାର, ସଂସ୍କୃତି ନିଦେ୍ର୍ଦଶକ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଦେବପ୍ରସାଦ ଦାଶ, ସୂଚନା ଓ ଲୋକସଂପର୍କ ବିଭାଗର ନିଦେ୍ର୍ଦଶକ ଅନୁଜ ଦାସ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।