ସରକାରଙ୍କ ଫୋକସ୍ରେ ସାମୁଦ୍ରିକ ବାଣିଜ୍ୟ : ମୋହନ ନିବେଶ ହେବ ୧୮୬୫୪ କୋଟି


 ଭୁବନେଶ୍ୱର :  ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷର ଅବସରରେ କହିଛନ୍ତି  ।
ସୂଚନାଯୋଗ୍ୟଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିଭ୍ ଜେଟି ନିର୍ମାଣ ପାଇଁ ଜେଏସଡବ୍ଳୁ୍ୟ ଉକôଳ ଷ୍ଟିଲ୍ ଲିମିଟେଡ୍ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି  । ୫୨ ମିଲିଅନ ମେଟ୍ରିକ ଟନ୍ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨୧ ଶହ କୋଟି ଟଙ୍କା ନିବେଶ କରାଯିବ  । ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ  ।
ସେହିଭଳି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି  । ଫଳରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ ଟନ ହେବ  । ଏହାଦ୍ୱାରା ୫ ହଜାର ଯୁବକଯୁବତୀଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ ।
ଜେଏସଡବ୍ଳ୍ୟ ଉକôଳ ଷ୍ଟିଲ ଲିମିଟେଡ୍ର ପ୍ରେସିଡେଣ୍ଟ ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ର ବିଜିନେସ ହେଡ ସନ୍ଦିପ ଜୟସ୍ୱାଲ ଏବଂ ଓଡିଶା ସରକାରଙ୍କ ପକ୍ଷରୁ ବନ୍ଦର ନିଦେ୍ର୍ଦଶକ ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା  ।
ଲୋକସେବା ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତିଯେ ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବ  । ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି  । ସେ ପୁଣି କହିଥିଲେଯେ, ଗୋପାଳପୁର ବନ୍ଦର ଲିମିଟେଡ୍ ଏବଂ ଜେଏସଡବ୍ଳୁ୍ୟ ଷ୍ଟିଲର ଉଭୟ ବନ୍ଦର ବିକାଶ ଓ ଇସ୍ପାତ ଉତ୍ପାଦନ କ୍ଷେତ୍ରରେ ସମଗ୍ର ବିଶ୍ୱରେ ଖ୍ୟାତି ରହିଛି  । ଏହି ଦୁଇଟି କମ୍ପାନୀ ଆମର ବନ୍ଦର ଭିତ୍ତିକ ବିକାଶ କ୍ଷେତ୍ରରେ ନୂଆ ଯୁଗ ସୃଷ୍ଟି କରିବେ  । ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ନିଯୁକ୍ତି ସୃଷ୍ଟି ହେବ ।
ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଥିଲେଯେ, ଓଡିଶାର ସାମଗ୍ରିକ ବିକାଶରେ ବନ୍ଦର ଓ ଜେଟି ଉନ୍ନତିକରଣର ଏକ ପ୍ରମୁଖ ଭୂମିକା ରହିଛି  । ଏହି କାର୍ଯ୍ୟକ୍ରମରେ ମସô୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର  ଅନୁ ଗର୍ଗ, ଶିଳ୍ପ ବିଭାଗର ଏସିଏସ ହେମନ୍ତ ଶର୍ମା , ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଅତିରିକ୍ତ ସଚିବ ବିଧାନ ରାୟ ଧନ୍ୟବାଦ ଅର୍ପଣ କରିଥିଲେ  ।