ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉସବ
ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁ ପୌରାଞ୍ଚଳ ଅନ୍ତର୍ଗତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉସôବ ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ସୋମବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ମୁନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ହିଞ୍ଜିଳିକାଟୁ ଉପଖଣ୍ଡ ଡ଼ାକ୍ତରଖାନାର ଚିକିସôାଧିକାରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ରମେଶ ଚନ୍ଦ୍ର ଚୌଧୁରୀ ମୁଖ୍ୟ ବକ୍ତା, ପରିଚାଳନା କମିଟିର ସଭାପତି ବିଭୁପ୍ରସାଦ ପଣ୍ଡା, ଅବସରପ୍ରାପ୍ତ କର୍ମଚାରୀ ମଧୁସୂଦନ ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । କେବଳ ଗଞ୍ଜାମ ଜିଲା କାହିଁକି ରାଜ୍ୟର ପ୍ରମୁଖ ହାଇସ୍କୁଲ ଭାବେ ଏହି ବିଦ୍ୟାଳୟ ସୁନାମ ଅର୍ଜନ କରିଥିବା ଅତିଥି ମାନେ କହିଥିଲେ । ଏକ ହଜାରରୁ ଉର୍ଦ୍ଧ୍ୱ ଛାତ୍ରୀ ଛାତ୍ର ଥିବା ଏହି ବିଦ୍ୟାଳୟରେ ଶିକ୍ଷକ ସଂଖ୍ୟା ବୃଦ୍ଧି ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ ପାଇଁ ଆଲୋଚନା ହୋଇଥିଲା । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ ସଫଳ ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରେ ସ୍କୁଲ ଛାତ୍ରୀ ଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।