ସର୍ବ ଭାରତୀୟ ହକି ଚାମ୍ପିୟନସିପ-୨୦୨୫ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୯ା୧୨ : ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ପୁଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ୍- ୨୦୨୫ ଅନୁଷ୍ଠିତ ହେବାକୁ ଯାଇଛି । ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନେ୍ଧାବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶୟୀ ଖୁରାନିଆ ବରିଷ୍ଠ ପୁଲିସ ଅଧିକାରୀଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । ଏହି ଚାମ୍ପିୟନସିପରେ ଦେଶର ୨୭ଟି ପୁରୁଷ ଏବଂ ୧୦ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଠିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୁଲିସ  ଅଧିକାରୀଙ୍କୁ ନିଦେ୍ର୍ଦଶ ଦେଇଥିଲେ । ଖେଳାଳିମାନେ କଳିଙ୍ଗ ଷ୍ଟାଡ଼ିୟମ ସମେତ ପୋଖରୀପୁଟ ଓ କିଟ୍ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ । ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡ଼ିଜିପି ନିଦେ୍ର୍ଦଶ ଦେଇଛନ୍ତି । ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡ଼ିଜିପି ନିଦେ୍ର୍ଦଶ ଦେଇଛନ୍ତି । ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ ।
ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଧୁନୀକିକରଣ), ସୌମେନ୍ଦ୍ର ପ୍ରିୟଦର୍ଶୀ, ନିଦେ୍ର୍ଦଶକ (ଏସସିଆରବି ଏବଂ ଏସଏଫଏସଏଲ) ଡ଼. ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଦଶକ (ଏସଏପି) ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଅତିରିକ୍ତ ପୁଲିସ କମିଶନର (କଟକ-ଭୁବନେଶ୍ୱର) ଡ଼. ଉମାଶଙ୍କର ଦାଶ, ଡିଆଇଜିପି (ଅପରେସନ) ଅଖିଳେଶ୍ୱର ସିଂ, ଡିଆଇଜିପି (ଏସଆଇଡବ୍ଲୁ୍ୟ) ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।