ସହିଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସହିଦ ବିର୍ସା ମୁଣ୍ଡାଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଛି । ଏ ଅବସରରେ ଓଡିଶା ବିଧାନସୌଧ ସମ୍ମୁଖରେ ଥିବା ସହିଦଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀଶଙ୍କର ଭୋଇ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଧାୟକ ବାବୁ ସିଂ, ଦୁଷ୍ମନ୍ତ ସ୍ୱାଇଁ, ସରୋଜ ପାଢ଼ୀ, ଦୁର୍ଗା ଚରଣ ତନ୍ତୀ, ରୁପୁ ଭତ୍ରା, ବିଭାଗୀୟ ସଚିବ ସଚିବ ସଂଜୟ ସିଂହ, ବିଧାନସଭା ସଚିବ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦେ୍ର୍ଦଶକ ଅନୁଜ ଦାସ ପଟ୍ଟନାୟକ, ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡା ଓ ଉପନିଦେ୍ର୍ଦଶକ ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ବି୍ରଟିଶ ଶାସନର ଦାସତ୍ୱରୁ ମୁକ୍ତି ପାଇବା ନିମନ୍ତେ ବିପ୍ଳବୀ ବିର୍ସା ମୁଣ୍ଡା ଲୋକଙ୍କୁ ସଂଗଠିତ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କଲେ । ସେତେବେଳେ ଜାଗିରିଦାର, ଜମିଦାର ଓ ଠିକାଦାରମାନେ ମୁଣ୍ଡା ତଥା ଆଦିବାସୀମାନଙ୍କ ଉପରେ ଅତ୍ୟାଚାର କରିବା ସହିତ ବିଭିନ୍ନ ଭାବରେ ଶୋଷଣ କରୁଥିଲେ ଏବଂ ଭୟଭୀତ କରି ରଖିଥିଲେ । ଏହିଭଳି ଏକ ସନ୍ଧିକ୍ଷଣରେ ମହାନ ବିପ୍ଳବୀ ବିର୍ସା ମୁଣ୍ଡାଙ୍କର ଆବିର୍ଭାବ ଘଟିଥିଲା । ସେ ମୁଣ୍ଡା ସମ୍ପ୍ରଦାୟର ନେତୃତ୍ୱ ନେବା ସଙ୍ଗେ ସଙ୍ଗେ ବି୍ରଟିଶ ଶାସନର ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ସଂଗ୍ରାମ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଇ ଥିଲେ । ଉନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ୱର । ଏହି ଆନେ୍ଦାନର ମୁଖ୍ୟ ସୂତ୍ରଧର ମହାନ ବିପ୍ଳବୀ ବିର୍ସା ମୁଣ୍ଡା ୧୮୭୫ ନଭେମ୍ବର ୧୫ରେ ଜନ୍ମ ଗ୍ରହଣ କରିଥିଲେ ।