ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ : ରାଜଧାନୀରେ ରାଜ୍ୟପାଳ କଟକରେ ମୁଖ୍ୟମନ୍ତ୍ରୀ
୧୬ ସ୍ଥାନରେ ମନ୍ତ୍ରୀ, ୧୬ ସ୍ଥାନରେ ଅଫିସର
ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି କଟକରେ ପତାକା ଉତ୍ତୋଳନ କରିବା ସହ ପାରେଡ଼ରେ ଅଭିବାଦନ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅପରପକ୍ଷରେ କୋରାପୁଟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ବରଗଡ଼ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ରାୟଗଡ଼ାରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କେନ୍ଦୁଝରରେ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, କନ୍ଧମାଳରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମାଲକାନଗିରିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କଳାହାଣ୍ଡିରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ନୟାଗଡ଼ରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ସମ୍ବଲପୁରର ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବାଲେଶ୍ୱରରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ବୌଦ୍ଧରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ । ଅପରପକ୍ଷରେ କେନ୍ଦ୍ରାପଡ଼ାରେ କେନ୍ଦ୍ରାଞ୍ଚଳ ଆରଡ଼ିସି, ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡ଼ିସି, ରାଉରକେଲାରେ ଉତ୍ତରାଞ୍ଚଳ ଆରଡ଼ିସି, ଅନଗୁଳ, ବଲାଙ୍ଗୀର, ଦେବଗଡ଼, ଗଞ୍ଜାମର ଛତ୍ରପୁର, ଗଜପତିର ପାରଳାଖେମୁଣ୍ଡି, ଝାରସୁଗୁଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜର ବାରିପଦା, ନବରଙ୍ଗପୁର, ନୂଆପଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ ।
Samir Kumar Rout