ସାମାଜିକ ସମୀକ୍ଷା ଜନ ଶୁଣାଣି
ବୁଗୁଡା: ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର ଉପଖଣ୍ଡ ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ବିଡିଓ ଦୁତିକୃଷ୍ଣ ପାତ୍ର, ଜିଲ୍ଲା ସାମାଜିକ ସମୀକ୍ଷକ ରବୀନ୍ଦ୍ର କୁମାର ମାଲନା, ଏବିଡ଼ିଓ ଧର୍ମରାଜ ପରିଡା, ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଶିବିରରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତ ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ସମଗ୍ର ଶିକ୍ଷା ବିଷୟରେ ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ମେମ୍ବର ଓ ଜନସାଧାରଣ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବ୍ଳକର କର୍ମଚାରୀ ବୃନ୍ଦ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।