ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ୩୦ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିସôା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଓ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍ଲାଇନ୍ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ସୂଚନାଯୋଗ୍ୟ ଯେ ଇଚ୍ଛୁକ ସାମ୍ବାଦିକମାନେ ଙ୍ଗଙ୍ଗଙ୍ଗ.କ୍ଟଙ୍ଗହଙ୍ଗଗ୍ଦ.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ ରେ ଆବେଦନ କରିପାରିବେ ।