ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କେନ୍ଦ୍ରାପଡା: ରାଜ୍ୟରେ ଦିନକୁ ଦିନ ସାମ୍ବାଦିକମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣା ରେ ଉଦ୍ବେଗ ପ୍ରକାଶ କରାଯାଇ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା ଓ ସାମ୍ବାଦିକ ମାନଙ୍କୁ ସୁରକ୍ଷା ପ୍ରଦାନ କରିବା ବ୍ୟବସ୍ଥା ଗ୍ରହଣ କରିବାକୁ ଦାବି କରାଯାଇଛି । ଗତ ରବିବାର ଦିନ ପୁରୀରେ ଜଣେ ସାମ୍ବାଦିକଙ୍କୁ ଆକ୍ରମଣ କରାଯାଇ ଥିବା ଘଟଣା ଏହାର ଜ୍ୱଳନ୍ତ ଉଦାହରଣ । ଏହି ପରିପ୍ରେକ୍ଷୀରେ ଏସ୍ୟୁଜେ ଜିଲ୍ଲା ସଂଗଠନ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦେ୍ଦଶ୍ୟରେ କେନ୍ଦ୍ରାପଡା ଭାରପ୍ରାପ୍ତ ଜିଲ୍ଲପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏଥିରେ ସଂପାଦକ ଶିବଶିଷ ମହାନ୍ତି, ଅଲେଖ ନାୟକ, ସଂଜୟ ସିଂହ୍ନା, ଉପେନ୍ଦ୍ର ନାୟକ, ସୁଦର୍ଶନ ବେହେରା, ରଂଜନ ସାହୁ, ଅମୀୟ ପରିଡା ପ୍ରମୁଖ ବହୁ ସାମ୍ବାଦିକ ଉପସ୍ଥିତ ଥିଲେ ।