ସିନ୍ଦୁର ଟୋପା ଲଗାଇ ଖୁସିମନାଇଲେ ବିଜେପି ନେତା

ଭୁବନେଶ୍ୱର : ଭାରତର ସଫଳ ଏୟାର ଷ୍ଟ୍ରାଇକ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମଥାରେ ସିନ୍ଦୂର ଟୋପା ଲଗାଇ ଅପରେସନ ସିନ୍ଦୂରର ସଫଳତାରେ ଖୁସି ମନାଇଲେ ନେତା । ପାକିସ୍ତାନ ଉପରେ ଭାରତର ଆକ୍ରମଣ ପରେ ଓଡ଼ିଶାରେ ଖୁସିର ଲହରୀ। କେତେକ ସ୍ଥାନରେ ଲୋକେ ବାହାରକୁ ଆସି ଆନନ୍ଦ ଉତ୍ସବ ପାଳୁଛନ୍ତି। ରାତିରେ ବ୍ରହ୍ମପୁରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଧଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ଭିଭିନ୍ନ ସସ୍ଥାନରେ ବାଣ ଫୁଟାଇ ମିଠା ବାଣ୍ଟି ଖୁସି ଜାହିର କରିଛନ୍ତ ଲୋକେ। ଭାରତୀୟ ସେନାକୁ ମଧ୍ୟ ସେମାନେ ସାଲ୍ୟୁଟ କରିଛନ୍ତି।

ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି। ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।